ଶିକ୍ଷକଙ୍କ ପାଇଁ ଲାଗୁ ହେଲା ସପ୍ତମ ବେତନ କମିଶନ

0 534

ଭୁବନେଶ୍ୱର: ଶିକ୍ଷକଙ୍କ ପାଇଁ ଲାଗୁ ହେଲା ସପ୍ତମ ବେତନ କମିଶନ । ଏନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଡେଡ୍ ବେସରକାରୀ ହାଇସ୍କୁଲ, ଉଚ୍ଚପ୍ରାଥମିକ ସ୍କୁଲ ଶିକ୍ଷକ ଏହଦ୍ୱାରା ଉପକୃତ ହେବେ। ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ବେତନ ପାଇବେ । ଆଜି ଆୟୋଜିତ ରାଜ୍ୟ କ୍ୟାବିନେଟରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ ନିକଟରୁ ମିଳିଥିବା ସୂଚନା ଅନୁଯାୟୀ, ନୂତନ ବର୍ଦ୍ଧିତ ବେତନ ୧।୧। ୨୦୨୨ରୁ ଲାଗୁ ହେବ । ଏହାଦ୍ୱାରା ୨୬ ହଜାର ସ୍କୁଲ ଶିକ୍ଷକ ଓ ୧୬, ୬୬୪ କଲେଜ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ୨୯୨ କୋଟି ଅତିରିକ୍ତ ବ୍ୟୟ ପଡ଼ିବ ।

hiring
hiranchal ad1
Leave A Reply

Your email address will not be published.

3 × five =