ଆଜି ଅନୁକୂଳ ହେବ ରଥ କାଠ

0 98

ପୁରୀ : ଆଜି ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥ କାଠ। ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ଅବସରରରେ ଚଳିତ ୨୦୨୪ ରଥଯାତ୍ରା ପାଇଁ ରଥକାଠ ହେବ ଅନୁକୂଳ। ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ କା ଉତ୍ତରର୍ଯ୍ୟାଳୟ ସମ୍ମୁଖରେ ଥିବା ରଥଖଳାରେ ୩ଟି ଧଉରା କାଠ ରଖାଯାଇ ପୂଜାର୍ଚ୍ଚନା କରାଯିବ।ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମା ସରସ୍ୱତୀଙ୍କ ପୂଜା ପରେ ଏହି କାଠ ଗୁଡ଼ିକ ସଂସ୍କାର ଓ ପୂଜାର୍ଚ୍ଚନା ସହ ରଥକାଠ ଅନୁକୂଳ ଆରମ୍ଭ ହେବ।
ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୨୦୨୪ ପାଇଁ ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀରେ ରଥକାଠ ପୂଜା ହେବ। ତିନିରଥ ପାଇଁ ତିନିଖଣ୍ତ ଧଉରା କାଠ ଗଜପତି ମହାରାଜାଙ୍କ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯିବ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଚୁନପାଣି ପଡ଼ି ପବିତ୍ର କରାଯିବା ପରେ ତିନୋଟି ଧଉରା କାଠର ମାଜଣା କରାଯିବ। ଏହା ପରେ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା କାଠତ୍ରୟର ପୂଜାର୍ଚ୍ଚନା ହେବ। ସେହିପରି ଆସନ୍ତା ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି। ଆସନ୍ତା ଅକ୍ଷୟ ତୃତୀୟା ତିଥିରେ ରଥ ଖଳାରେ ରଥ ନିର୍ମାଣ ଅନୁକୂଳ ପରେ ତିନି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ।

hiranchal ad1
Leave A Reply

Your email address will not be published.

8 − four =