ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 67

ସୁବର୍ଣ୍ଣପୁର,୪/୯- ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତିି ଓ ସମସ୍ୟା ନିହିତ ୩୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ ୨୭ ଗୋଟି ବ୍ୟକ୍ତିଗତ ଓ ୦୫ ଗୋଟି ସାମୁହିକ ଦରଖାସ୍ତ ରହିଛି । ଶିବିରରେ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଶିବିର ଅବସରରେ ଜିଲ୍ଲାପ୍ରଶାସନ ଓ ସୋନପୁର ବ୍ଲକ ତଥା ଏସ ଭି ନିରତାର ଓଲଟପୁର ସହାୟତାରେ ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ସହାୟକ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ସହାୟକ ଉପକରଣ ବଣ୍ଟନ କାର୍ଯ୍ୟକ୍ରମରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ୫୪ ଜଣ ଭିନ୍ନକ୍ଷମ ଯୋଗ୍ୟ ହିତାଧିକାରୀଙ୍କୁ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ସିଡ଼ିଓ, ଉପଜିଲ୍ଲାପାଳ ସୋନପୁର, ବିଡ଼ିଓ ସୋନପୁର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ତଥା ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଆବଶ୍ୟକ ଭିନ୍ନକ୍ଷମ ସହାୟକ ଉପକରଣ ପ୍ରଦାନ କରିଥିଲେ । ଏହି ପରିପ୍ରେକ୍ଷୀରେ ୧୭ଜଣଙ୍କୁ ହୁଇଲ ଚେୟାର, ୮ଜଣଙ୍କୁ ୩ ଚକିଆ ସାଇକେଲ୍‌, ୧୬ଜଣଙ୍କୁ ଶ୍ରବଣ ଯନ୍ତ୍ର, ୬ ଜଣଙ୍କୁ ୱାକିଙ୍ଗ ଷ୍ଟିକ, ୫ ଜଣଙ୍କୁ ସ୍ମାର୍ଟ କେନ ଷ୍ଟିକ ପ୍ରଦାନ କରାଯାଇଛି । ବିଡିଓ ସୋନପୁର- ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ତଥା ଭିନ୍ନକ୍ଷମ ଶିବିରରେ ପି ଡି ଡୁଡା ଶ୍ରୀ ବିଶ୍ୱନାଥ ବାରିକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର , ଉପଜିଲ୍ଲାପାଳ ଡ.ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡଃ ରମେଶ ଚନ୍ଦ୍ର ସ୍ୱାଇଁ , ଅଧିକ୍ଷଣଯନ୍ତ୍ରୀ ଇଂ ଦାମୋଦର କୈବର୍ତ୍ତ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲାପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଡିଏସଏସ ଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଡିଡବ୍ଲୁଓ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ନିର୍ବାହୀ ଅଧିକାରୀ ପୌର ପରିଷଦ ତଥା ଅନ୍ୟାନ୍ୟ ଜିଲ୍ଳାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

hiranchal ad1
Leave A Reply

Your email address will not be published.

two × one =