ସୋନପୁରରେ ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ଲୋକାର୍ପିତ

0 116

ସୁବର୍ଣ୍ଣପୁର,୧୫/୬: ଆଜି ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସୋନପୁର ଠାରେ ୧୪ କୋଟି ୦୪ ଲକ୍ଷ ୯୦ ହଜାର ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ବହୁପ୍ରତୀକ୍ଷିତ ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରର ଲୋକାର୍ପଣ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ସଂସଦୀୟ ବ୍ୟାପର, ଓଡିଶା ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ ଓ ମାନନୀୟା ଲୋକସଭା ସାଂସଦ, ବଲାଙ୍ଗୀର ଶ୍ରୀମତୀ ସଂଗୀତା କୁମାରୀ ସିଂହ ଦେଓଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ଲୋକାର୍ପଣ ଉତ୍ସବ ପରିପ୍ରେକ୍ଷୀରେ ନବ ନିର୍ମିତ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅନୁଷ୍ଠିତ ସଭାରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ନରୱଣେ ସଭାପତିତ୍ୱ କରିଥିବା ବେଳେ ଅତିଥିଭାବେ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ସଂସଦୀୟ ବ୍ୟାପାର ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ, ମାନନୀୟା ଲୋକସଭା ସାଂସଦ ବଲାଙ୍ଗୀର ଶ୍ରୀମତୀ ସଂଗୀତା କୁମାରୀ ସିଂହ ଦେଓ, ଜିଲ୍ଳାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ.ବିଶ୍ୱ ରଞ୍ଜନ ପତି,ଶ୍ରୀ ସରୋଜ କମ୍ପ,ବ୍ଲକ ଅଧ୍ୟକ୍ଷ ପ୍ରମୁଖ ମଂଚାସୀନ ଥିଲେ । ମାନ୍ୟବର ମନ୍ତ୍ରୀ ଅର୍ଥ ଓ ସଂସଦୀୟ ବ୍ୟାପାର ଶ୍ରୀଯୁକ୍ତ ପୂଜାରୀ ଏହି ବହୁପ୍ରତିକ୍ଷୀତ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ଲୋକାର୍ପଣରେ ନିଜର ଖୁସି ବ୍ୟକ୍ତ କରି ଏହି ସ୍ୱାସ୍ଥ୍ୟ କେନ୍ଦ୍ର ଜିଲ୍ଲାର ତଥା ପଡୋଶୀ ବୌଦ୍ଧ ଜିଲ୍ଲାର ଗର୍ଭବତୀ ଓ ଶିଶୁ ମାନେ ବହୁଳ ଭାବେ ଉପକୃତ ହୋଇପାରିବେ ବୋଲି କହିଥିଲେ । ମାନନୀୟା ସାଂସଦ ବଲାଙ୍ଗୀର ଶ୍ରୀମତୀ ସିଂଦେଓ ଏହି ଆଧୁନିକ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ଜିଲ୍ଲାର ସ୍ୱାସ୍ଥ୍ୟ କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ, ଏହା ଜିଲ୍ଲାର ସ୍ୱାସ୍ଥ୍ୟ ଭିତିଭୂମିକୁ ଆହୁରି ସୁଦୃଢ କରିପାରିବ ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ଏହି ଶୁଭ ଲୋକାର୍ପଣ କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ବ୍ଲକ ଅଧ୍ୟକ୍ଷ ଅଧ୍ୟକ୍ଷା, ବିଭିନ୍ନ ବିଭାଗୀୟ ପଦାଧିକାରୀ ତଥା ବୁଦ୍ଧିଜୀବୀ, ନେତୃ ସ୍ଥାନୀୟ ବ୍ୟକ୍ତି ବିଶେଷ ପ୍ରମୁଖ ଉପସ୍ଥିତ ଥିଲେ । ଡଃ ବିଶ୍ୱ ରଞ୍ଜନ ପତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

hiranchal ad1
Leave A Reply

Your email address will not be published.

three + fourteen =