ଶନିବାର ରାତିରେ ବନ୍ୟା !

0 231

ଭୁବନେଶ୍ୱର: ସମ୍ଭାବ୍ୟ ବନ୍ୟା ସମ୍ପର୍କରେ ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳସ୍ତର ବୃଦ୍ଧି ପାଉଛି । ହୀରାକୁଦରୁ ୫.୨୦ ଲକ୍ଷ କୁ୍ୟସେକ ଜଳ ପଶୁଛି ଓ ୪.୮୦ ଲକ୍ଷ ବାହାରୁଛି । ହୀରାକୁଦରୁ ଆସୁଥିବା ଜଳ ଶନିବାର ସକାଳ ସୁଦ୍ଧା ମୁଣ୍ଡଳିରେ ବଢିବ । ଶନିବାର ସକାଳରୁ ମଧ୍ୟାହ୍ନ ଭିତରେ ୮ ଲକ୍ଷ କୁ୍ୟସେକ ପାସ କରିବ । ମୁଣ୍ଡଳିରେ ମଧ୍ୟାହ୍ନରେ ଗଲେ ରାତି ସୁଦ୍ଧା ତଳିଆ ଅଞ୍ଚଳରେ ପହଞ୍ଚିବ । କେନ୍ଦ୍ରାପଡ଼ା, ପୁରୀ ଆଦି ଜିଲ୍ଲାରେ ଶନିବାର ରାତିରେ ପାସ କରିବ । ଶନିବାର ରାତିରେ ଏକ ଛୋଟ/ମଧ୍ୟମ ଧରଣର ବନ୍ୟା ପାସ କରିବ । ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି । ୬ଟି ଜିଲ୍ଲାରେ ୩୦ଟି ଟିମ ଓଡ୍ରାଫ ଓ ୧୨ଟି ଟିମ ଏନଡିଆରଏଫ ମୁତୟନ କରାଯାଇଛି । ତେବେ ଏଯାଏଁ ସେମିତି ଉଦବେଗଜନକ ସ୍ଥିତି ନାହିଁ ବୋଲି ଏସଆରସି ପ୍ରଦୀପ ଜେନା କହିଛନ୍ତି ।

hiranchal ad1
Leave A Reply

Your email address will not be published.

5 + one =