ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ପାଇଁ କଟକଣା ଜାରି କଲେ ରାଜ୍ୟ ସରକାର

0 82

ଭୁବନେଶ୍ୱର: କୋଭିଡ ସଂକ୍ରମଣକୁ ଆଖିରେ ରଖି ରାଜ୍ୟ ସରକାର ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ଲାଗି କଟକଣା ଜାରି କରିଛନ୍ତି । ସାଧାରଣତଃ ଏହି ଅବସରରେ ଶ୍ରଦ୍ଧାଳୁମାନେ ନଦୀ, ପୁଷ୍କରିଣୀ ଆଦି ନିକଟରେ ଭିଡ଼ ଜମାଇଥାନ୍ତି । ସେମାନେ ବୁଡ଼ ପକାଇଥାନ୍ତି । ହେଲେ ଏଥର ଏସବୁକୁ ବାରଣ କରାଯାଇଛି । ସମସ୍ତଙ୍କୁ ଘରେ ରହି ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ପାଳନ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି । ମକର ମେଳାର ଆୟୋଜନକୁ ବି ବାରଣ କରାଯାଇଛି । ଏଥିରେ ଅବହେଳା ବା ନିୟମ ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ଏନେଇ ସବୁ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ପୌର କମିସନର ଓ କଟକ-ଭୁବନେଶ୍ବର ଟୁଇନସିଟି ପୁଲିସ କମିସନରଙ୍କୁ ସୂଚିତ କରାଯାଇଛି ।

hiranchal ad1
Leave A Reply

Your email address will not be published.

19 − 18 =