ଶ୍ରୀମନ୍ଦିରରେ ଓଢଣୀ ଷଷ୍ଠୀ

0 86

ପୁରୀ :ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଓଢଣୀ ଷଷ୍ଠୀ ପର୍ବ । ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ ଘୋଡ ଲାଗି କରାଯାଇଛି । ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟରେ ପ୍ରସ୍ତୁତ ଶୀତବସ୍ତ୍ର ବା ଘୋଡ ପରିଧାନ କରିଛନ୍ତି ମହାପ୍ରଭୁ । ଏହି ଘୋଡଲାଗି ଆସନ୍ତା ମାଘ ଶୁକ୍ଳ ପଞ୍ଚମୀ ପର୍ଯ୍ୟନ୍ତ ଚାଲିବ । ପ୍ରତିଦିନ ଭିନ୍ନ ଭିନ୍ନ ରଙ୍ଗର ଘୋଡ ପରିଧାନ କରିବେ ମହାପ୍ରଭୁ । ଗତକାଲି ତିନି ଠାକୁରଙ୍କ ସହ ମା ବିମଳା, ଲକ୍ଷ୍ମୀ, ସରସ୍ୱତୀ ଓ ମଦନମୋହନଙ୍କ ପାଇଁ ପ୍ରସ୍ତୁତ ଘୋଡ ଅଧିବାସ ହୋଇଥିଲା । ଆଜି ଠାକୁରଙ୍କୁ ଘୋଡଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଛି । ଓଢଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ । ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।

hiranchal ad1
Leave A Reply

Your email address will not be published.

17 − three =