ରାଜ୍ୟ ବଜେଟ୍ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ

0 139

ଭୁବନେଶ୍ୱର : ରାଜ୍ୟ ବଜେଟ୍ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ଷୋଡଶ ବିଧାନସଭାର ଏହା ହେଉଛି ଶେଷ ବଜେଟ୍ । ତେବେ ଆଗକୁ ନିର୍ବାଚନ ଥିବାରୁ ଏହି ୪ ମାସ ପାଇଁ କାମଚଳା ବଜେଟ୍ ପାରିତ କରାଯିବା ନେଇ ସୂଚନା ରହିଛି। ଅର୍ଥ ମନ୍ତ୍ରୀ ଶ୍ରୀ ଆରୁଖ ଆସନ୍ତା ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ସେହିପରି ଗତବର୍ଷ ତୁଳନାରେ ଚଳିତ ବର୍ଷର ବଜେଟ୍ ର ପ୍ରତିଶତରେ ବୃଦ୍ଧିଘଟିଛି। ରାଜ୍ୟ ସରକାର ଏହି ବଜେଟ୍‌ରେ ମୁଖ୍ୟତଃ କୃଷି, ସ୍ବାସ୍ଥ୍ୟ, ଶିକ୍ଷା, ଜଳସେଚନ, ମିସନ୍ ଶକ୍ତିଙ୍କୁ ସହାୟତା ଓ ଭିତ୍ତିଭୂମି ନିର୍ମାଣ କ୍ଷେତ୍ରକୁ ଗୁରୁତ୍ବଦେଇଛନ୍ତି। ରାଜ୍ୟ ସରକାର ଘୋଷଣା କରିଥିବା ମେଟ୍ରୋ ପ୍ରକଳ୍ପ ସମେତ ବିଭିନ୍ନ ପ୍ରକଳ୍ପ ପାଇଁ ବଜେଟ୍‌ରେ ଅର୍ଥବ୍ୟବସ୍ଥା ରହିଛି। ସେହିପରି ନିର୍ବାଚନ ପ୍ରକ୍ରିୟା ଜାରି ରହିଥିବାବେଳେ ଯେପରି ବିକାଶମୂଳକ କାର୍ଯ୍ୟ ଜାରିରହିବ, ସରକାରୀ କର୍ମଚାରୀଙ୍କ ବେତନ, ପେନସନ୍ ସମେତ ଅନ୍ୟାନ୍ୟ ଆନୁଷଙ୍ଗିକ ଖର୍ଚ୍ଚରେ କୌଣସି ସମସ୍ୟା ହେବନି ସେନେଇ ବଜେଟ୍‌ରେ ବ୍ୟବସ୍ଥା କରାଯାଇଥିବା ନେଇ ସୂଚନା ମିଳିଛି ।

hiranchal ad1
Leave A Reply

Your email address will not be published.

15 − 14 =