ପାରଳାଖେମୁଣ୍ଡି : ଘର ମରାମତି ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରିଛନ୍ତି ନବୀନ ପଟ୍ଟନାୟକ । ଭିଡିଓ କନଫେରେନ୍ସ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀଙ୍କୁ ତିନି ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି । ଏହି ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇ ଥିବାର ଜଣା ପଡ଼ିଛି । ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ଗୃହ ନିର୍ମାଣ ଯୋଜନାରେ ହିତାଧିକାରଙ୍କୁ ଗୃହ ମରାମତି ନିମନ୍ତେ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଭିଡିଓ କନଫରେନ୍ସିଂ ଜରିଆରେ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଏହି ବୈଠକରେ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଅନାମ ଚରଣ ପାତ୍ରଙ୍କ ସହ କିଛି ହିତାଧିକାରୀଙ୍କ ସହ ବିଜେଡି ସଭାପତି ପ୍ରଦୀପ ନାୟକ, ବିଜେଡି ଯୁବ ସଭାପତି ଏସ.ଲିଙ୍ଗରାଜ,ବରିଷ୍ଠ ବିଜେଡି ନେତା ଅନ୍ତର୍ଯ୍ୟାମୀ ଗୋମାଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ ।