ଓମିକ୍ରନ ପାଇଁ ସତର୍କ କଲେ ମୁଖ୍ୟମନ୍ତ୍ରୀ

0 97

ଭୁବନେଶ୍ୱର : ବିଶ୍ୱରେ ବ୍ୟାପୀ ଚାଲିଥିବା କରୋନା ନୂଆ ଭାରିଆଣ୍ଟ ଓମିକ୍ରନ ସଂପର୍କରେ ଲୋକଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ ଆଜି କହିଛନ୍ତି ଯେ ଜନସାଧାରଣଙ୍କ ସହଯୋଗରେ କୋଭିଡର ପ୍ରଥମ ଓ ଦ୍ୱିତୀୟ ଲହରୀକୁ ଓଡିଶା ସଫଳ ଭାବରେ ମୁକାବିଲା କରିପାରିଛି । ବର୍ତ୍ତମାନ କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନ ତାର କାୟା ବିସ୍ତାର କରୁଛି । ତେଣୁ ଜନସାଧାରଣ ସତର୍କ ରହି କୋଭିଡ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ । ମାସ୍କ ପିନ୍ଧିବା, ବାରମ୍ବାର ହାତ ଧୋଇବା, ସାମାଜିକ ଦୂରତ୍ୱ ରକ୍ଷା କରିବା ଓ ଅତି ଆବଶ୍ୟକ ନ ହେଲେ ଭିଡକୁ ନ ଯିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

hiranchal ad1
Leave A Reply

Your email address will not be published.

sixteen + 19 =