ବଢିବ ଝିଅଙ୍କ ବିବାହ ବୟସ ସୀମା, ଜାଣନ୍ତୁ କେତେ

0 197

ନୂଆଦିଲ୍ଲୀ: ବାହାଘର ପାଇଁ ଝିଅମାନଙ୍କ ସର୍ବନିମ୍ନ ବୟସ ସୀମା ବୃଦ୍ଧି କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ଅନୁମତି ଦେଇଛି। ଏହାର ଅର୍ଥ ଝିଅମାନଙ୍କ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୨୧ ବର୍ଷକୁ ବୃଦ୍ଧି ପାଇବ। ଝିଅଙ୍କ ସର୍ବନିମ୍ନ ବିବାହ ବୟସ ୨୧ ବର୍ଷ କରିବାକୁ ଦୀର୍ଘ ଦିନରୁ ଦାବି ହେଉଥିଲା।ବର୍ଷକ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଏହି ପ୍ରସ୍ତାବ ଉପରେ ସମୀକ୍ଷା କରାଯାଉଥିବା ସୂଚନା ଦେଇଥିଲେ। ଏବେ କେନ୍ଦ୍ର କ୍ୟାବିନେଟ ଝିଅଙ୍କ ବାହାଘର ବୟସ ୨୧କୁ ବୃଦ୍ଧି ସଂକ୍ରାନ୍ତ ପ୍ରସ୍ତାବ ଉପରେ ମୋହର ମାରିଛି।

hiring

ଗତବର୍ଷ ସ୍ୱାଧୀନତା ଦିବସ ଭାଷଣ ବେଳେ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ “ଝିଅ ଓ ଭଉଣୀମାନଙ୍କ ସ୍ୱାସ୍ଥ୍ୟ ପ୍ରତି ସରକାର ସବୁବେଳେ ଯତ୍ନବାନ ରହିଛନ୍ତି। ଝିଅମାନଙ୍କୁ ଅପପୁଷ୍ଟିରୁ ରକ୍ଷା କରିବାକୁ ହେଲେ, ସେମାନଙ୍କ ବିବହାର ଠିକ୍‌ ବୟସରେ ହେବା ଦରକାର।”ବର୍ତ୍ତମାନ ଦେଶରେ ପୁଅମାନଙ୍କ ବିବାହ ବୟସ ସର୍ବନିମ୍ନ ୨୧ ବର୍ଷ ଥିବା ବେଳେ ଝିଅଙ୍କ କ୍ଷେତ୍ରରେ ଏହା ୧୮ ବର୍ଷ ରହିଛି।

ତେଣୁ କେନ୍ଦ୍ର ସରକାର ପୁଅଙ୍କ ଭଳି ଝିଅଙ୍କ ସର୍ବନିମ୍ନ ବିବାହ ବୟସ ସୀମାକୁ ୨୧ ବର୍ଷକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହାବାଦ ବାଲ୍ୟ ବିବାହ ଆଇନ, ସ୍ୱତନ୍ତ୍ର ବିବାହ ଆଇନ ଓ ହିନ୍ଦୁ ବିବାହ ଆଇନରେ ମଧ୍ୟ ସରକାର ସଂଶୋଧନ କରିବାକୁ ଚାହୁଁଛନ୍ତି।

hiranchal ad1
Leave A Reply

Your email address will not be published.

two × four =