ସବୁ ରେକର୍ଡ ଭାଙ୍ଗିଲା କରୋନା : ରାଜ୍ୟରେ ୪୧୯୮ କରୋନା ପଜିଟିଭ ଚିହ୍ନଟ, ୧୧ ମୃତ

0 142

ଭୁବନେଶ୍ୱର ୧୪ ।୦୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୧୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୫୦୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୭୬ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୨୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି । ୧୧ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ଜଣ ରହିଥିବା ବେଳେ କନ୍ଧମାଳ, ନୟାଗଡ଼ , ମୟୁରଭଞ୍ଜ ଜିଲ୍ଲାରୁ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

hiring

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୮ଜଣ , ବାଲେଶ୍ୱର ଜିଲ୍ଲାରୁ ୧୩୦ଜଣ, ଭଦ୍ରକ ଜିଲ୍ଲାରୁ ୯୫ଜଣ, ଭଦ୍ରକ ଜିଲ୍ଲାରୁ ୫୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯୭ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୩୬୭ଜଣ, ଦେଓଗଡ଼ ଜିଲ୍ଲାରୁ ୩୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୦ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୪୪ଜଣ, ଜଗତସିଂହପୁର ଜିଲ୍ଲାରୁ ୯୭ଜଣ, ଯାଜପୁର ଜିଲ୍ଲାରୁ ୧୫୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୫ଜଣ, କଳାହାଣ୍ଡି ଜିଲ୍ଲାରୁ ୯୩ଜଣ. କନ୍ଧମାଳ ଜିଲ୍ଲାରୁ ୭୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୫୮ଜଣ, କୋରାପୁଟ ଜିଲ୍ଲାରୁ ୯୯ଜଣ, ମାଲକାନଗିରି ଜିଲ୍ଲାରୁ ୨୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୮ଜଣ, ନୟାଗଡ଼ ଜିଲ୍ଲାରୁ ୪୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୧୬ଜଣ, ପୁରୀ ଜିଲ୍ଲାରୁ ୩୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୦ଜଣ, ସୋନପୁର ଜିଲ୍ଲାରୁ ୭୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯୫ଜଣ, ଷ୍ଟେଟ ପୁଲ୍‌ରୁ ୨୧୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୫୦୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୬୭୩ ଟି ଆକ୍ଟିଭ୍‌? କେସ୍‌? ରହିଥିବା ବେଳେ ୧୧୮୬୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୭୨୫୧୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

five × 5 =