ନଭେମ୍ବର ୧ରୁ ୟୁଜି ଓ ୧୫ରୁ ପିଜି ପ୍ରଥମ ବର୍ଷ ପିଲାଙ୍କ ଶ୍ରେଣୀଗୃହ ପାଠପଢ଼ା

0 124

ଭୁବନେଶ୍ୱର: କରୋନା ମହାମାରୀ ଯୋଗୁଁ ଦୀର୍ଘ ଦିନ ଶିକ୍ଷାନୁଷ୍ଠାନ ଗୁଡିକ ବନ୍ଦ ରହିଥିଲା । ତେବେ କରୋନାର ପ୍ରକୋପ ଧୀରେଧୀରେ ହ୍ରାସ ପାଉଥିବାରୁ ଶିକ୍ଷାନୁଷ୍ଠାନ ଗୁଡିକ ଖୋଲୁଛି । କରୋନା ସମୟରେ ଅନଲାଇନରେ ଶିକ୍ଷାଦାନ କାର୍ଯ୍ୟ କରାଯାଉଥିଲା । ଅନେକ ଉପାନ୍ତ ଅଞ୍ଚଳରେ ନେଟଓା୍ୱର୍କ ସମସ୍ୟା ଥିବାରୁ ପିଲାମାନେ ଅନଲାଇନ ପାଠପଢାରୁ ବଞ୍ଚିତ ହେଉଥିଲେ ।  ତେବେ ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିଥିବାବେଳେ  ନିକଟରେ ଅଷ୍ଟମ ଓ ଏକାଦଶୀ ଶ୍ରେଣୀ ଖୋଲିଛି ।

ତେବେ ୟୁଜି ଓ ପିଜି ପିଲାଙ୍କ କ୍ଲାସରୁମରେ ପାଠପଢା ନେଇ ଉଚ୍ଚଶିକ୍ଷା ସଚିବ କଲେଜ ଓ ବିଶ୍ୱବିଦ୍ୟାଳୟମାନଙ୍କୁ  ନିର୍ଦ୍ଦେଶ ଦେଇଛନ୍ତି । ୟୁଜି ପିଲାଙ୍କ କ୍ଲାସରୁମ୍ ରେ ପାଠପଢା ନଭେମ୍ବର ୧ରୁ ଓ ପିଜି ପିଲାଙ୍କ କ୍ଲାସରୁମ୍ ପାଠପଢା କାର୍ଯ୍ୟ  ନଭେମ୍ବର ୧୫ ତାରିଖରୁ କରିବାକୁ ନିଷ୍ପତ୍ତି ନିଆଯାଇଛି  । ଏହା ସହିତ ହଷ୍ଟେଲ ଗୁଡିକ ଖୋଲିବା ପାଇଁ ମଧ୍ୟ ଉଚ୍ଚଶିକ୍ଷା ସଚିବ ନିର୍ଦ୍ଦେଶ ଦେଇଛନ୍ତି ।  

hiring

ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି ଉଚ୍ଚ ଶିକ୍ଷା ସଚିବ ଶାଶ୍ୱତ ମିଶ୍ର। ୟୁଜି ଓ ପିଜିରେ ନୂଆକରି ନାମ ଲେଖାଇଥିବା ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପଢ଼ିବେ। ତେବେ କୋଭିଡ୍ କଟକଣା ମାନି ଶ୍ରେଣୀଗୃହ ପାଠପଢ଼ା ନେଇ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ।

ଉଚ୍ଚଶିକ୍ଷା ବିଭାଗ ସଚିବଙ୍କ ପକ୍ଷରୁ ଦିଆଯାଇଥିବା ଚିଠିରେ ଶ୍ରେଣୀଗୃହରେ ପାଠପଢ଼ା ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି। ସେମାନେ ନିୟମିତ ବ୍ୟବଧାନରେ ହାତ ସଫା କରିବେ। ଶ୍ରେଣୀ ଗୃହ, ପାଠାଗାର ତଥା ଲାବୋରଟୋରୀ ଗୁଡ଼ିକରେ ଛାତ୍ରଛାତ୍ରୀମାନେ ସେମାନଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରଖିବେ। କେହି କଲେଜ ବା ବିଶ୍ୱବିଦ୍ୟାଳୟ ପରିସର ମଧ୍ୟରେ ବାହାରେ ଏଣେତେଣେ ଛେପ ପକାଇ ପାରିବେ ନାହିଁ।

କାଶିବା ବା ଛିଙ୍କିବା ବେଳେ ରୁମାଲ ଆଦି ବ୍ୟବହାର କରିବାକୁ କୁହାଯାଇଛି। ତା’ସହିତ ଛାତ୍ରଛାତ୍ରୀମାନେ ନିଜ ସ୍ୱାସ୍ଥ୍ୟ ବିଷୟରେ ଯେପରି ସଚେତନ ରହିବେ, ସେଥିପାଇଁ ସେମାନଙ୍କୁ ପ୍ରୋତ୍ସାହିତ କରିବାକୁ ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ସେହିପରି ଜରୁରୀ ସ୍ଥିତି ପାଇଁ ସବୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ଏକ ନିର୍ଦ୍ଦିଷ୍ଟ କଠୋରୀକୁ ପ୍ରସ୍ତୁତ ରଖିବାକୁ ଉଚ୍ଚଶିକ୍ଷା ସଚିବ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି।

hiranchal ad1
Leave A Reply

Your email address will not be published.

16 − six =