କଥା ରଖିଲେ ଭି.କେ. ପାଣ୍ଡିଆନ୍‌, ଜୟପୁର କୁ ଉଡ଼ିଲା ଦ୍ବିତୀୟ ବିମାନ

0 53

ଭୁବନେଶ୍ୱର: ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିଲା ଦ୍ୱୀତିୟ ବିମାନ । କୋରାପୁଟ ଜିଲ୍ଳା ଜୟପୁରକୁ ଉଡ଼ିଲା ଦ୍ୱିତୀୟ ବିମାନ । ଭୁବନେଶ୍ୱରରୁ ଇଣ୍ଡିଆୱାନ୍ ଏୟାର ବିମାନଟି ଆଜି ସକାଳ ୭:୧୦ ରେ ଉଡ଼ାଣ ଭରି ସକାଳ ୮:୪୫ ରେ ଜୟପୁରରେ ପହଞ୍ଚିଛି । ସେହିପରି ଏହା ୯ଟାରେ ଜୟପୁରରୁ ଛାଡି ୧୦:୩୫ ରେ ଭୁବେନଶ୍ୱରରେ ପହଞ୍ଚିବ । ବିମାନଟି ସପ୍ତାହକୁ ଦୁଇ ଦିନ ଅର୍ଥାତ୍ ସୋମବାର ଓ ଶୁକ୍ରବାର ଇଣ୍ଡିଆ ୱାନ୍ ପକ୍ଷରୁ ଚଳାଚଳ କରିବ।
ଏହି ବିମାନ ସେବା ଦ୍ୱାରା କୋରାପୁଟ ଜିଲ୍ଲାରେ ପର୍ଯ୍ୟଟନର ବିକାଶ ହୋଇପାରିବ ବୋଲି କୁହାଯାଇଛି । ଏହି ବିମାନରେ ୯ ଜଣ ଯାତ୍ରୀ ଯାତ୍ରା କରିବାପାଇଁ ବ୍ୟବସ୍ଥା ରହିଛି । ଜୟପୁରକୁ ଗୋଟିଏ ବିମାନ କମ୍ ପଡୁଥିବାରୁ। ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗ୍ରସ୍ତ ସମୟରେ ଆଉ ଏକ ବିମାନ ଚଳାଇବାକୁ ଅନୁରୋଧ କରିଥିଲେ ସ୍ଥାନୀୟ ଲୋକେ । ମୁଖ୍ୟମନ୍ତ୍ରୀ ଏହି ଦାବି ଉପରେ ମୋହର ମାରିଥିବାରୁ ଜୟପୁରବାସୀ କୃତଜ୍ଞତା ଜଣାଇଛନ୍ତି ।
ସୂଚନାଯୋଗ୍ୟ, ଗତବର୍ଷ ଆକ୍ଟୋବର ୩୧ ତାରିଖରେ କୋରାପୁଟ ଜିଲ୍ଲା ଜୟପୁରକୁ ପ୍ରଥମ ବିମାନ ସେବା ଆରମ୍ଭ ହୋଇଥିଲା । ଭୁବନେଶ୍ୱରରୁ ଜୟପୁରକୁ ଇଣ୍ଡିଆ ଓ୍ୱାନ୍ ଏୟାର ବିମାନ ଉଡ଼ିଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ଚଳାଚଳକୁ ଶୁଭାରମ୍ଭ କରିଥିଲେ ।

hiranchal ad1
Leave A Reply

Your email address will not be published.

fourteen + 7 =