ଜାଣନ୍ତୁ କେମିତି ହେବ ଭୋଟ ଗଣତି ?

0 213

ଭୁବନେଶ୍ବର: ଆସନ୍ତା ୨୬, ୨୭, ୨୮ରେ ଭୋଟ ଗଣନା ହେବାକୁ ଥିବା ବେଳେ ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସଚିବ ରବୀନ୍ଦ୍ର ନାଥ ସାହୁଙ୍କ ସୂଚନା ଅନୁସାରେ ଜିଲ୍ଲା ପରିଷଦ ଜୋନ୍ ଅନୁଯାୟୀ ଭୋଟ ଗଣନା କରିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରତି ଜୋନରେ ଯେତିକି ଗ୍ରାମ ପଞ୍ଚାୟତ ରହିଛି ସେତିକି ଟେବୁଲ ରହିବ ଏବଂ ନନ ଷ୍ଟପ ଗଣନା ହେବା ସହ ଓଡ଼ିଆ ବର୍ଣ୍ଣମାଳା ଅନୁଯାୟୀ ପଞ୍ଚାୟତଗୁଡିକୁ ଟେବୁଲ ଦିଆଯିବ। ଗୋଟିଏ ଟେବୁଲରେ ଜଣେ କାଉଣ୍ଟିଙ୍ଗ ସୁପରଭାଇଜର, ଦୁଇ ଜଣ ଆସିଷ୍ଟାଣ୍ଡ କାଉଣ୍ଟିଙ୍ଗ ଅଫିସର ଏବଂ ଜଣେ ଗ୍ରୁପ ଡ଼ି କର୍ମଚାରୀ ରହିବେ। କେଉଁ ଟିମ କେଉଁ ଟେବୁଲରେ ବିସିବେ ସେ ନେଇ ଗୁଲା ପଡିବ। ଜଣେ ପ୍ରାର୍ଥୀଙ୍କ ଜଣେ ଏଜେଣ୍ଟ ରହିବେ। ଯେତେଜଣ ପ୍ରାର୍ଥୀ ସେତିକି ଟ୍ରେ ଟେବୁଲରେ ରଖାଯିବା ସହ ଆଉ ଗୋଟିଏ ଟ୍ରେ ନାକଚ ପାଇଁ ରହିବ। ବାଲଟ ପେପରକୁ ପ୍ରଥମେ ରଙ୍ଗ ଅନୁସାରେ ଅଲଗା କରାଯାଇ ପ୍ରଥମେ ୱାର୍ଡ ମେମ୍ବର ପରେ ସରପଞ୍ଚ ଓ ତା’ପରେ ସମିତି ସଭ୍ୟ ଏବଂ ଶେଷରେ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଭୋଟ ଗଣନା ହେବ। ପର୍ଯ୍ୟାୟକ୍ରମେ ବ୍ଲକ କାର୍ଯ୍ୟାଳୟରେ ଫଳାଫଳ ଘୋଷଣା କରାଯିବ ବୋଲି କହିଛନ୍ତି ରବୀନ୍ଦ୍ର ନାଥ ସାହୁ।

hiranchal ad1
Leave A Reply

Your email address will not be published.

five × 5 =